ଏ ଦେଶ ଆମର ଏ ମାଟି ଆମର।  ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶା ର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି।

ଆଜି ଶଙ୍ଖ ଭବନ ଠାରେ ବିଜେଡି ସଂଖ୍ୟାଲଘୁ ଭାଇ ଭଉଣୀ ମାନଙ୍କୁ ସମ୍ବୋଧନ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଶାନ୍ତି ଓ ସଦଭାବନା ହିଁ ପ୍ରଗତିର ଭିତ୍ତି । ଏଥି ଯୋଗୁଁ ହିଁ ଓଡିଶା ବିଭିନ୍ନ କ୍ଷେତ୍ର ର ପ୍ରଗତି ହାସଲ କରିପାରିଛି । ତେଣୁ ସାମ୍ପ୍ରଦାୟିକ ସଦଭାବନା ବଜାୟ ରଖିବା ପାଇଁ କାମ କରିବାକୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ।

ସେ କହିଛନ୍ତି ରାଜ୍ୟର ବିଭିନ୍ନ ଅଞ୍ଚଳର ସଂଖ୍ୟାଲଘୁ ଭାଇ ଭଉଣୀ ମାନେ ତାଙ୍କୁ ପ୍ରତିଦିନ ଭେଟୁଛନ୍ତି । ସେମାନଙ୍କ ମନରେ ଅସୁରକ୍ଷା ଭାବନା ରହୁଥିବା ବିଷୟରେ ସେମାନେ ଜଣାଉଛନ୍ତି । ଏହାସହ ବିଜେଡି ୱାକଫ ବିଲ୍ କୁ ବିରୋଧ କରିବ ବୋଲି ଶ୍ରୀ ପଟ୍ଟନାୟକ ସ୍ପଷ୍ଟ କରିଥିଲେ।

ଓଡିଶା ସଦଭାବନା ଓ ଭାଇଚାରା ପାଇଁ ପ୍ରସିଦ୍ଧ. ଓଡିଶା ର ସାଂସ୍କୃତିକ ବିବିଧତା ଆମର ଗୌରବ । ଦେଶର ପ୍ରଗତି ରେ ସଂଖ୍ୟାଲଘୁ ମାନଙ୍କ ଅବଦାନକୁ ସ୍ମରଣ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସମସ୍ତଙ୍କ ସହଯୋଗ ଏକ ସମୃଦ୍ଧ ରାଷ୍ଟ୍ର ଗଠନ ପାଇଁ ଜରୁରୀ । ସାମ୍ପ୍ରଦାୟିକ ସଦଭାବନାକୁ ଭାରତୀୟ ସଂସ୍କୃତି ର ମୂଳଧାର ବୋଲି ବର୍ଣ୍ଣନା କରି ସମାଜ ର ଦୁର୍ବଳ ବର୍ଗ ର କଲ୍ୟାଣ ପାଇଁ ବିଜେଡି ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବା ବୌଦ୍ଧ ଶିଖ ମୁସଲିମ ଓ ଖ୍ରୀଷ୍ଟିଆନ ଧର୍ମ ର ପ୍ରତିନିଧି ମାନେ ଶ୍ରୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଥିଲେ
ସାଂସଦ ମୁନା ଖାଁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave a Reply

Your email address will not be published. Required fields are marked *