ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ପୁଣି ରାଜନୈତିକ ହିଂସା ଦେଖିବାକୁ ମିଳିଛି। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନୀଳକଣ୍ଠପୁର ପଂଚାୟତରେ ୩୫ନଂ ବୁଥ୍‌ ବିଜେପି ସଭାପତିଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ହୋଇଛି। ଆକ୍ରମଣର ଶିକାର ହୋଇଥିବା ବିଜେପି କର୍ମୀଙ୍କ ନାମ ରଶ୍ମିରଞ୍ଜନ ଜେନା। ବିଜେଡି କର୍ମୀ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତାଙ୍କ ପିଠି ସହ ଅନେକ ସ୍ଥାନରେ ଆଘାତ ଲାଗିଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଘଟଣା ନେଇ ରଶ୍ମିରଞ୍ଜନଙ୍କ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଏହାପରେ ସ୍ଥାନୀୟ ଅଞ୍ଚଳରେ ଉତେଜନା ପ୍ରକାଶ ପାଇଛି ।

By Nirvay

Leave a Reply

Your email address will not be published. Required fields are marked *