ମଦମୃତ୍ୟୁ ମାମଲାର ଅନୁଧ୍ୟାନ କରିବ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ। ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇ ମଦମୃତ୍ୟୁ ଘଟଣା ସମ୍ପର୍କରେରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବା ସହ ଏହାର ଅନୁଧ୍ୟାନ ପାଇଁ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଗଠନ ହୋଇଛି। ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଗଣମାଧ୍ୟମ ସଂଯୋଜକ ଶ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ବିଜେପି ସରକାର ଦାୟିତ୍ଵ ନେବାର ଶହେ ଦିନ ନପୂରୁଣୁ ଅପମିଶ୍ରିତ ମଦ ପିଇ ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଚିକିଟିଠାରେ ୨ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନେକ ଲୋକ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ଏହି ଘଟଣା ବାବଦରେ ଆଜି ବିଜୁ ଜନତା ଦଳ ବିଧାନସଭାରେ ପ୍ରଶ୍ନ ଉଠାଇଛି।

ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଏହି ମଦମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ପୂର୍ବତନ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ବରେ ଏକ ଫ୍ୟାକ୍ସ ଫାଇଣ୍ଡିଂ ଟିମ ଗଠନ କରିଛନ୍ତି। ଏହି ଟିମ୍‌ରେ ଶ୍ରୀ ପୂଜାରୀଙ୍କ ସହ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ପୂର୍ବତନ ବିଧାୟକ ଡକ୍ଟର ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ ବିକ୍ରମ କୁମାର ପଣ୍ଡା ରହିଛନ୍ତି। ଆସନ୍ତାକାଲି ସକାଳେ ଏହି ଟିମ୍ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ସଭାପତି ଶ୍ରୀ ପଟ୍ଟନାୟକଙ୍କୁ ମଦମୃତ୍ୟୁ ଘଟଣାର ବିସ୍ତୃତ ବିବରଣୀ ପ୍ରଦାନ କରିବେ।

Leave a Reply

Your email address will not be published. Required fields are marked *