ରାଜଧାନୀର ଲୋୟର ପିଏମଜିରେ ବିଜେଡିର ବିକ୍ଷୋଭ । ଚାଷୀ ସମସ୍ୟା, ମହିଳାଙ୍କ ହକ୍, ଆଇନ ଶୃଙ୍ଖଳା ଭଳି ସଂଗୀନ ସମସ୍ୟା ନେଇ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି। ଚାଷୀ, ଆଇନ ଶୃଙ୍ଖଳା ବିପର୍ଯ୍ୟୟ ଭଳି ସଙ୍ଗୀନ ସମସ୍ୟାକୁ ସରକାର ଅଣଦେଖା କରୁଥିବା ଯୋଗୁଁ ବିଜେଡି ରାଜ୍ୟବ୍ୟାପି ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି ନେଇଛି । ଦଳର ବରିଷ୍ଠ, ଯୁବ ନେତାଙ୍କ ସମେତ ବିଧାୟକ ଏବଂ ହଜାର ହଜାର କର୍ମୀ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି।

ରାଜ୍ୟ ସରକାର ବିଧାନସଭାକୁ ଭ୍ରମିତ କରୁଥିବା ଅଭିଯୋଗ ଆଣିଛି ବିଜେଡି । ମଣ୍ଡିରେ ଚାଷୀଙ୍କୁ ମାଡ଼ ମରାଯାଉଛି। ନିର୍ଯାତନା ଦିଆଯାଉଛି । ଦେଢ଼ ଲକ୍ଷ ଚାଷୀଙ୍କ ନାଁ ଚଞ୍ଚକତା କରି ରେଜିଷ୍ଟ୍ରେସନ ଲିଷ୍ଟରୁ ମୋହନ ସରକାର ନା କାଟିଥିବା ବିଜେଡି ଅଭିଯୋଗ କରିଛି। ଏସବୁର ପ୍ରତିବାଦରେ ଆଜି ବିରାଟ ସମାବେଶ କରୁଛି ବିଜେଡି।

ଧାନ ସଂଗ୍ରହ ପାଇଁ ପଞ୍ଜିକରଣ, ଟୋକନ ବିତରଣ, ମଣ୍ଡିରେ ଧାନ ସଂଗ୍ରହ ବ୍ୟବସ୍ଥା, କଟନୀ ଛଟନୀ ଇତ୍ୟାଦି ରାଜ୍ୟର ଚାଷୀ ମାନଙ୍କୁ ନାହିଁ ନଥିବା ଅସୁବିଧାରେ ପକାଇଛି । ରାଜ୍ୟର ପ୍ରତିଟି ବ୍ଲକରେ ଓ ଜିଲ୍ଲାରେ ଚାଷୀ ମାନେ ରାଜରାସ୍ତାକୁ ଓହ୍ଲାଉଥିବା ଖବର ଗଣମାଧ୍ୟମରେ ଶିରୋନାମା ପାଲଟୁଛି । କିନ୍ତୁ ରାଜ୍ୟ ସରକାର ଚାଷୀ ମାନଙ୍କ ସମସ୍ୟାକୁ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ନାହାନ୍ତି । ଧାନ ସଂଗ୍ରହ କାର୍ଯ୍ୟ ସୁରୁଖୁରୁରେ ଚାଲିଛି ବୋଲି କହି ସରକାର ନିଜ ପିଠି ନିଜେ ଥାପୁଡ଼େଉଛନ୍ତି ବୋଲି ଅଭିଯୋଗ କରିଛି ବିଜେଡ଼ି ।

Leave a Reply

Your email address will not be published. Required fields are marked *