ବାଲେଶ୍ୱରରେ ବିଜେପିର ବଡ଼ ରଣନୀତି । ରାଜ୍ୟ ବିଜେପିର ୫ ତୁଙ୍ଗ ନେତା ଏକାଠି ହୋଇ ଶହ ଶହ ସମର୍ଥକଙ୍କ ହେଭିୱେଟ ବାଲେଶ୍ୱରରେ କରିଛନ୍ତି ବିଶାଳ ରୋଡ୍ ସୋ’ । ରାଜ୍ୟର ଏହି ଶୀର୍ଷ ନେତା ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ। ରୋଡ୍ ସୋ’ ପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିଛନ୍ତି ୫ ବରିଷ୍ଠ ନେତା। କାର୍ଯ୍ୟକର୍ତ୍ତାଙ୍କ ସହ ବଡ଼ ରଣନୀତି ନେଇ ଆଲୋଚନା ହୋଇଥିବା ସୂଚନା।

ରୋଡ୍‌ ସୋ’ କରାଯାଇଥିବା କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ବୈଜୟନ୍ତ କହିଛନ୍ତି ଜୁନ ୧୦ ତାରିଖରେ ଓଡ଼ିଶାର ଜଣେ ପୁଅ ବା ଝିଅ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । କେନ୍ଦ୍ରୀୟ ନେତୃତ୍ୱ ଆସିଲେ ବାତାବରଣ ଅଧିକ ଦୃଢ଼ୀଭୂତ ହେଉଛି । ବିଜେପିକୁ ସଫଳ କରିବାକୁ ଓଡ଼ିଶା ଜନତା ମନସ୍ଥ କରିସାରିଲେଣି ।

ଅନ୍ୟପଟେ ବାଲେଶ୍ବରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଅପରାଜିତା ଷଡ଼ଙ୍ଗୀ । ସେ କହିଛନ୍ତି ଏଠି ଆଉଟସୋର୍ସ ସରକାର ଚାଲିଛି ଆଉ ଜଣେ ସରକାର ଚଳାଉଛନ୍ତି । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ’ରେ ଲୋକ ନଥିଲେ ।ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀଙ୍କ ସହ ସାନ ବାବୁ ଯାଇଥିଲେ । ବଡ଼ବାବୁ ହେବାକୁ ରୋଡ୍‌ ସୋ’ରେ ସାନବାବୁ ଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ କେହି ଦଳୀୟ ପ୍ରାର୍ଥୀ ନଥିଲେ । କଣ ପ୍ରାର୍ଥୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଭରସା ନାହିଁ । ଆମ ଭାଷାରେ ଯିଏ କହୁନି, ସେ କଣ ଆମ ସଂସ୍କୃତି, ସଭ୍ୟତା ବୁଝିବେ ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନବୀନ ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି । ସେ କହିଛନ୍ତି ‘ନବୀନ ବାବୁଙ୍କୁ ଓଡ଼ିଶାରେ ଲୋକ ମିଳିଲେନି, ଜଣେ ଭଡ଼ାଟିଆକୁ ଆଣି ନେତା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ପର୍ଯ୍ୟଟକ କହି ନବୀନ ଅପମାନିତ କରିଛନ୍ତି । ପ୍ରଧାନମନ୍ତ୍ରୀ ସବୁ ରାଜ୍ୟକୁ ନମ୍ବର ୱାନ୍‌ କରିବେ, ମୋଦି ଗ୍ୟାରେଣ୍ଟି । ବିଜେପି ୨୧ ଲୋକସଭା ଜିତିବ, ରାଜ୍ୟରେ ବିଜେପି ସରକାର ହେବ ।’

 

Leave a Reply

Your email address will not be published. Required fields are marked *