ଦୁଇ ରାଜନୈତିକ ଦଳ ପାଇଁ ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟରକ୍ୟାଣ୍ଟିନ୍ । ବିଜେପି କର୍ମୀଙ୍କ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରକୁ ଗୋବର ମାଡ଼କୁ କେନ୍ଦ୍ର କରି ବିଜେପି-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ସ୍ଥିତି ଏପରି ହୋଇଯାଇଥିଲା ଯେ ଉଭୟ ଦଳର କର୍ମୀଙ୍କ ମଧ୍ୟରେ ପଥର ଫିଙ୍ଗାଫିଙ୍ଗି ହେବାରୁ ୭ ଜଣଙ୍କ ମୁଣ୍ଡ ଫାଟିଥିବା ସୂଚନା ମିଳିଛି । ସମସ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ କ୍ୟାପିଟାଲ ଥାନାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଏତଲା ଦିଆଯାଇଛି ।

ଗତକାଲି ସଂସଦରେ ବିଜେପି ଓ ଆରଏସଏସକୁ ହିନ୍ଦୁ ବିରୋଧୀ କହିବା ପରେ ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ଦେଶବ୍ୟାପୀ ପ୍ରତିବାଦ ଜାରି ରଖିଛି ବିଜେପି । ଯାହାର ପ୍ରତିଫଳନ ଆଜି ରାଜ୍ୟ ରାଜଧାନୀରେ ଦେଖିବାକୁ ମିଳିଛି । ଏପରିକି ଯେଉଁମାନେ ନିଜକୁ ହିନ୍ଦୁ ବୋଲି କହୁଛନ୍ତି, ସେମାନେ ହିଂସା ଏବଂ ଘୃଣାଭାବ ପ୍ରଦର୍ଶନ କରିଚାଲିଥିବା ସେ କହିଥିଲେ। ଏହି ମନ୍ତବ୍ୟକୁ ନେଇ ସଂସଦରେ ଝଡ଼ ସୃଷ୍ଟି ହୋଇଥିଲା।

Leave a Reply

Your email address will not be published. Required fields are marked *