ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟରେ ବଢୁଛି ରାଜନୈତିକ ଉଷ୍ମତା । ଏଥିପାଇଁ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦୁଇ ଦଳର ଶୀର୍ଷ ନେତା । ଭୁବନେଶ୍ୱରରେ ମେଗା ରୋଡ ସୋ’ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମାଉସୀ ମା ମନ୍ଦିର ଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ ସୋ ହେଉଛି । ଏହି ରୋଡ ସୋ’ରେ ନଡ୍ଡାଙ୍କ ସହ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ ସିଂ ସାମିଲ ହୋଇଛନ୍ତି ।

ସୂଚନା ଅନୁସାରେ ବାରିକସାହିରୁ ବାହାରି ନଡ୍ଡାଙ୍କ ରୋଡ ସୋ ଲିଙ୍ଗରାଜ ମନ୍ଦିର ଯାଏଁ ଯିବ । ଶୋଭାଯାତ୍ରା ପରେ ଜେପି ନଡ୍ଡା ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରି ଆଶୀର୍ବାଦ ନେବେ । ଏହାପରେ ଅପରାହ୍ନରେ ପଦ୍ମପୁରରେ ଜେପି ନଡ୍ଡା ବିଜୟ ସଂକଳ୍ପ ସମାବେଶରେ ସାମିଲ ହୋଇ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି । ଅପରାହ୍ଣ ସାଢେ ୩ଟାରେ ନଡ୍ଡା ସୁନ୍ଦରଗଡରେ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି ।

ଏହି ରୋଡ୍‌ ସୋ’ ସରିବା ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ ନଡ୍ଡା । ଗତକାଲି ସନ୍ଧ୍ୟାରେ ସେ ଓଡ଼ିଶାରେ ପହଞ୍ଚିଥିଲେ । ତାପରେ ମହିଳାମୋର୍ଚ୍ଚା ସହ ବୈଠକ କରିଥିଲେ । ସେଠାରେ ସେ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଥିଲେ ।

Leave a Reply

Your email address will not be published. Required fields are marked *