ମହିଳା ପୁଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ ନେଇ ସମ୍ବଲପୁର ଟାଉନ ଥାନାରେ ରୁଜୁ ମାମଲାରେ ସମ୍ବଲପୁର ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ ।ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ମାଗିଥିଲେ । ଜଷ୍ଟିସ ହୃଷୀକେଶ ରାୟ ଓ ଜଷ୍ଚିସ ଏସଭିଏନ ଭଟ୍ଟିଙ୍କୁ ନେଇ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ରାୟ ଶୁଣାଇଛନ୍ତି। ପୂର୍ବରୁ ଓଡିଶା ହାଇକୋର୍ଟ ୨୦୨୩ ମସିହା ନଭେମ୍ବର ୧୬ ତାରିଖ ଦିନ ଜୟନାରାୟଣଙ୍କ ଆଗୁଆ ଜାମିନ ଖାରଜ କରିଥିଲେ। ଏହାକୁ ଚାଲେଂଜ କରି ସୁପ୍ରିମକୋର୍ଟ ଯାଇଥିଲେ ଜୟନାରାୟଣ ।

୨୦୨୩ ମସିହା ଫେବୃଆରୀ ୧୫ ତାରିଖରେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ସାମନାରେ ଧନୁପାଲ୍ଲୀ ଥାନାର ପୂର୍ବତନ ଆଇଆଇସି ଅନୀତା ପ୍ରଧାନଙ୍କୁ ଆକ୍ରମଣ କରିବା ସହ ଧମକ ଦେଇଥିଲେ ଜୟନାରାୟଣ । ଏନେଇ ସମ୍ବଲପୁର ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଥିଲା । ଜଣେ କାର୍ଯ୍ୟରତ ମହିଳା ପୁଲିସ ଅଧିକାରୀଙ୍କୁ ତାଙ୍କ କାର୍ଯ୍ୟରେ ବାଧା ଦେବା ଓ ଧମକ ଦେବା ଅଭିଯୋଗରେ ଜୟନାରାୟଣଙ୍କ ବିରୋଧରେ ଧନୁପାଲ୍ଲୀ ଥାନାର ପୂର୍ବତନ ଆଇଆଇସି ଅନୀତା ପ୍ରଧାନଙ୍କୁ ଆକ୍ରମଣ କରିବା ସହ ଧମକ ଦେଇଥିଲେ ଜୟନାରାୟଣ । ଏନେଇ ସମ୍ବଲପୁର ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଥିଲା । କାର୍ଯ୍ୟରତ ସରକାରୀ ଅଧିକାରୀଙ୍କୁ ଆକ୍ରମଣ ଓ ଧମକ ଦେବା ଅଭିଯୋଗରେ ଜୟନାରାୟଣ ଗିରଫ ହୋଇଯିବାର ଭୟ ରହିଥିଲା । ପୂର୍ବରୁ ଓଡିଶା ହାଇକୋର୍ଟଙ୍କ ଜଣିକିଆ ଖଣ୍ଡପୀଠ ୨୦୨୩ ମସିହା ନଭେମ୍ବର ୧୬ ତାରିଖ ଦିନ ଜୟନାରାୟଣଙ୍କର ଆଗୁଆ ଜାମିନ ଖାରଜ କରିଥିଲେ। ଏହାକୁ ଚ୍ଯାଲେଞ୍ଜ କରି ଜୟନାରାୟଣ ସୁପ୍ରିମକୋର୍ଟରେ ଏସଏଲପି ଦାଖଲ କରିଥିଲେ।

Leave a Reply

Your email address will not be published. Required fields are marked *