ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇସାରିଛି । ଏବେ ଖାଲି ପ୍ରାର୍ଥୀ ଘୋଷଣା ବାକି ରହିଛି । ତେବେ ଖୁବଶୀଘ୍ର ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ବିଜେପି ପ୍ରାର୍ଥୀ ଘୋଷଣା କରିପାରେ । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ସେ କହିଛନ୍ତି ଯେ ବିଜେପି ଖୁବ ଶୀଘ୍ର ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିବ । ଆଜି କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ । କିଏ ରାଜ୍ୟସଭା ଯିବ ବୈଠକରେ ନିଷ୍ପତ୍ତି ହେବ । କୋର୍ କମିଟି ବୈଠକ ଶେଷ ହୋଇଛି । ସମ୍ଭାବ୍ୟ ପ୍ରାର୍ଥୀ କୋର୍ କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି ସଂସଦୀୟ ବୋର୍ଡକୁ ପଠାଯାଇଛି । ଶେଷ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ । ଦିନେ ଦୁଇ ଦିନ ଭିତରେ ନାଁ ଘୋଷଣା ହୋଇପାରେ । ସୂଚନା ଯୋଗ୍ୟ; ଏପ୍ରିଲରେ ରାଜ୍ୟସଭାର ଓଡ଼ିଶାର ୪ଟି ଆସନ ଖାଲି ହେଉଛି । ବିଜେଡ଼ିର ଦୁଇ ସାଂସଦ ମୁନ୍ନା ଖାଁ ଓ ନିରଞ୍ଜନ ବିଶି ଏବଂ ବିଜେପିର ଦୁଇ ସାଂସଦ ସୁଜିତ କୁମାର ଓ ମମତା ମହାନ୍ତଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ଆଜି ରାଜ୍ୟସଭାରେ ଓଡ଼ିଶା ସମେତ ୧୦ ରାଜ୍ୟର ଖାଲି ହେବାକୁ ଥିବା ୩୭ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ନାମାଙ୍କନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୫ ପର୍ଯ୍ୟନ୍ତ ଚାଲିବ। ନାମାଙ୍କନ ପତ୍ର ଯାଞ୍ଚ ମାର୍ଚ୍ଚ ୬ ତାରିଖ ପାଇଁ ଧାର୍ଯ୍ୟ କରାଯାଇଛି । ମାର୍ଚ୍ଚ ୯ରେ ଅନିଚ୍ଛୁକ ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ଏହା ପରେ ୧୬ ମାର୍ଚ୍ଚରେ ନିର୍ବାଚନ ଅନୁଷ୍ଠିତ ହେବେ । ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯିବ । ମାର୍ଚ୍ଚ ୨୦ରେ ନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ । Post navigation Utsav Charan Das Passed Away: ଘୋଡ଼ା ନାଚ ସମ୍ରାଟ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ Police Seize Ganja In Koraput : ନିଶାମୁକ୍ତ ଓଡ଼ିଶା ଅଭିଯାନ; ୨୨୫ କୋଟି ଟଙ୍କାର ହାଶିଶ ତେଲ ଓ ୫ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି