ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ବିଜେପି ବିଧାୟକ ଦଳ ବୈଠକ ବସିଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ଅଧ୍ୟକ୍ଷତା କରିଥିଲେ। ରାଜ୍ୟ ସଭାପତି ମନମୋହନ ସାମଲ, ସମସ୍ତ ବିଧାୟକ ଓ ମନ୍ତ୍ରୀ ସାମିଲ ହୋଇଥିଲେ। କାଲିଠୁ ବଜେଟ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ସେ ନେଇ ରଣନୀତି ପ୍ରସ୍ତୁତ ହୋଇଥିବା ଜଣାପଡିଛି।

ଅନ୍ୟପକ୍ଷରେ ବୈଠକ ଶେଷ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ ହୋଇଥିବା କହିଛନ୍ତି। ବିରୋଧୀ ଦଳର ଅଭିଜ୍ଞତା ଓ ଶାସନ ଚଳାଇବାର ନୂଆ ଫର୍ମୁଲା ପ୍ରୟୋଗ କରିବେ ବୋଲି କହିଛନ୍ତି।

By Nirvay

Leave a Reply

Your email address will not be published. Required fields are marked *