ମହାରାଷ୍ଟ୍ର : ମହାରାଷ୍ଟ୍ରର ଥାନେ ଜିଲ୍ଲାର ଡୋମ୍ବିଭଲି ଏମଆଇଡିସି ଅଞ୍ଚଳରେ ଏକ ରସାୟନ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୬ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବଏଲର ଫାଟିବା ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି ।
ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଡୋମ୍ବିଭଲି ବିସ୍ଫୋରଣରେ ପୀଡିତଙ୍କ ପାଇଁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ଏବଂ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବ ବୋଲି ସେ କହିଛନ୍ତି।

By SonaliP

Leave a Reply

Your email address will not be published. Required fields are marked *