ବଙ୍ଗୋପସାଗରରେ ଗତକାଲି ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆଜି ସକାଳରେ ଅବପାତରେ ପରିଣତ ହୋଇଛି। ଅବପାତ ପ୍ରଭାବରେ ରାଜ୍ଯରେ ଜାରି ରହିଛି ପ୍ରବଳ ବର୍ଷା । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ଏବେ ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂର ଓ ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ରହିଛି ଅବପାତ । ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଯାଇ ଏହା ପୁରୀ ନିକଟ ଚିଲିକା ଦେଇ ଅତିକ୍ରମ କରିବ। ଆଜି ସଂଧ୍ୟା ସୁଦ୍ଧା ଓଡ଼ିଶା ଉପକୂଳ ଅତିକ୍ରମ କରିବ ଏହି ଅବପାତ। ତେବେ ଆସନ୍ତା ୨୪ଘଣ୍ଟାରେ ଅବପାତ ଦୁର୍ବଳ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଏବଂ ନୂଆପଡା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅବପାତ ଯୋଗୁ ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ଦୁଇ ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ପବନର ବେଗ ପ୍ରାୟ ୫୦ କିମି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହା ଛଡା ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ଉପୁଜିପାରେ।ବିଭିନ୍ନ ନଦୀ, ନାଳରେ ଜଳ ପତ୍ତନ ବଢ଼ିବ। ଏହାସହିତ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବା ଆଶଙ୍କା ରହିଛି। ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ କର୍ମଚାରୀଙ୍କୁ ପ୍ରସ୍ତୁତ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦେଶ ଦିଆଯାଇଛି। Post navigation ୟୁପିଏସ୍ସିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ମନୋଜ ସୋନି ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ