କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କ ମରଶରୀର ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି।

ଆଜି ମୃତଦେହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ପାର୍ଥିବ ଶରୀରକୁ ଶ୍ରଦ୍ଧାଞ୍ଜଳି କରିବାକୁ ବିମାନ ବନ୍ଦରରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡାଙ୍କ ସମେତ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଆସିକା ଏମ୍‌ପି ଅନୀତା ଶୁଭଦର୍ଶିନୀ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ପ୍ରଶାସନିକ ଅଧିକାରୀ। ମୃତକଙ୍କ ପରିବାର ଲୋକ ବି ଏୟାରପୋର୍ଟରେ ପହଞ୍ଚିଛି। ସେଠାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ମୃତଦେହକୁ ସେମାନଙ୍କ ଜନ୍ମମାଟିକୁ ପଠାଯାଇଛି।

ଅନ୍ୟପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଉଭୟଙ୍କ ପରିବାରର ନିକଟତମ ସଂପର୍କୀୟଙ୍କୁ ୪ ଲକ୍ଷର ଅନୁକମ୍ପା ରାଶି ଦିଆଯିବା ନେଇ ଘୋଷଣା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଦୁଇ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା।

Leave a Reply

Your email address will not be published. Required fields are marked *