ଶ୍ରୀମନ୍ଦିର ପରିସରରେ ଶିଶୁ ଏବଂ ମାଆଙ୍କ ପାଇଁ ଆରମ୍ଭ ହେଲା ସ୍ବତନ୍ତ୍ର ବ୍ୟବସ୍ଥା । ଶ୍ରୀମନ୍ଦିର ପରିସରରେ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ପାଇଁ ଆଉ କୌଣସି ଅସୁବିଧାର ସମ୍ମୁଖୀନ ହେବେନି ମାଆମାନେ । ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ । ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସରେ ଶ୍ରଦ୍ଧାଳୁ ମା’ ଓ ଶିଶୁଙ୍କ ଉଦ୍ଦେଶ୍ୟରେ ଆରମ୍ଭ।  ନିକଟରେ ଏନେଇ ନିର୍ଦ୍ଦେଶ ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ସୂଚନା ଯୋଗ୍ୟ; ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା କରିଥିଲେ । ଆଜି ଏହାକୁ କାର୍ଯ୍ୟକାରୀ କରାଯାଇଛି।

Leave a Reply

Your email address will not be published. Required fields are marked *