ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଶେଖ ହସିନାଙ୍କ ଇସ୍ତଫା ପରେ ଶାସନ ଭାର ହାତକୁ ନେଇଛି ସେନା । ଏହାପରେ ବାଂଲାଦେଶ ହିଂସା ନେଇ ବିଏସ୍‌ଏଫ୍‌କୁ ହାଇ ଆଲର୍ଟ ଜାରି କରାଯାଇଛି। ବାଂଲାଦେଶ ସୀମାରେ ମୁତୟନ ବିଏସ୍‌ଏଫ୍‌ର ସବୁ ୟୁନିଟ୍‌କୁ ଆଲର୍ଟ ଜାରି କରାଯାଇଛି। ବାଂଲାଦେଶକୁ ଲାଗିଥିବା ଭାରତର ୪୦୯୬ କିମି ସୀମାରେ ଆଲର୍ଟ ଜାରି ହୋଇଥିବା ପରେ ଦେଶର ସେନା ମୁଖ୍ୟ କହିଛନ୍ତି , ସମସ୍ତଙ୍କ ସହ କଥା ହେବା ପରେ ସେ ଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯିବ।

ରବିବାର ସକାଳେ ବାଂଲାଦେଶର ବିଭିନ୍ନ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ଦାବିରେ ବିକ୍ଷୋଭକାରୀ ଏବଂ ଶାସକ ଦଳର ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ଉପୁଜିଥିଲା। ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପାଇଁ ବାଂଲାଦେଶ ସେନା, ଶେଖ ହସିନାଙ୍କୁ ୪୫ ମିନିଟର ଅଲ୍ଟିମେଟମ ଦେଇଥିଲା। ଏହା ପରେ ତାଙ୍କ ବାସଭବନରେ ଶତାଧିକ ବିକ୍ଷୋଭକାରୀ ପ୍ରବେଶ କରିଥିଲେ। ପରିସ୍ଥିତି ଖରାପ ହେଉଥିବା ଦେଖି ଇସ୍ତଫା ଦେବା ପରେ ସେ ହେଲିକପ୍ଟରରେ ଦେଶ ଛାଡ଼ି ପାଲେଇଥିଲେ ।

Leave a Reply

Your email address will not be published. Required fields are marked *