ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY) କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଦେଇଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟର ରୋଗୀଙ୍କ ଚିକିତ୍ସା ପାଇଁ ଉପଲବ୍ଧ ହେଉଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜାରି ରଖାଯାଉ। ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ଏନେଇ ସ୍ପଷ୍ଟୀକରଣ ଦିଆଯାଇଛି। BSKY ଚାଲୁ ରହିଛି ଏବଂ ଘରୋଇ ହସ୍ପିଟାଲ ସହ ହୋଇଥିବା ଚୁକ୍ତି ବା ଏମ୍‌ଓୟୁ ବଳବତ୍ତର ଥିବା ସ୍ପଷ୍ଟ କରିଛନ୍ତି ସ୍ୱାସ୍ଥ୍ୟ ବିଭାଗ ସ୍ବାସ୍ଥ୍ଯ ସଚିବ ଶାଳିନୀ ପଣ୍ଡିତ ।

ସେ କହିଛନ୍ତି ଏନେଇ ସମ୍ପୃକ୍ତ ଘରୋଇ ହସ୍ପିଟାଲଗୁଡ଼ିକ ସହିତ ବୁଝାମଣାପତ୍ର ବଳବତ୍ତର ରହିଛି। ପ୍ଯାନେଲରେ ଥିବା ହସ୍ପିଟାଲଗୁଡ଼ିକ ପୂର୍ବପରି ବିଏସକେୱାଇ କାର୍ଡଧାରୀଙ୍କୁ ବିନା ବାଧାରେ ଚିକିତ୍ସା ସେବା ଯୋଗାଇ ଦେବାକୁ କୁହାଯାଇଛି। ଏହି ଯୋଜନାରେ ପୂର୍ବଭଳି ସରକାରଙ୍କ ପକ୍ଷରୁ ହସ୍ପିଟାଲଗୁଡିକୁ ଚିକିତ୍ସା ସମ୍ବନ୍ଧୀୟ ଦେୟ ପ୍ରଦାନ ଜାରି ରହିବ।

ଯେଉଁମାନଙ୍କର କାର୍ଡ ଅଛି, ସେମାନଙ୍କୁ ତାଲିକାଭୁକ୍ତ ହସ୍‌ପିଟାଲଗୁଡ଼ିକ ପୂର୍ବଭଳି ଚିକିତ୍ସା ସେବା ଯୋଗାଇ ଦିଅନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଚିକିତ୍ସା ବାବଦକୁ ହସ୍‌ପିଟାଲ୍‌ଗୁଡ଼ିକ ଯେଉଁ ବିଲ୍ ଦେବେ ପୂର୍ବଭଳି SHAS ମାଧ୍ୟମରେ ଅର୍ଥ ପାଇବେ। ରୋଗୀମାନେ ଯେପରି ଚିକିତ୍ସା ସେବା ପାଇବାରେ କୌଣସି ପ୍ରକାର ସମସ୍ୟାର ସମ୍ମୁଖୀନ ନହେବେ, ତାହା ସୁନିଶ୍ଚିତ କରିବାକୁ ସ୍ୱାସ୍ଥ୍ୟ ବିଭାଗ ହସ୍‌ପିଟାଲ୍‌ଗୁଡ଼ିକୁ କହିଛନ୍ତି।

ମେଡିକାଲକୁ ଆସୁଥିବା ରୋଗୀ ଯେପରି କୌଣସି ଅସୁବିଧାର ସାମ୍ନା ନହୁଅନ୍ତି, ଏହା ନିଶ୍ଚିତ କରିବା ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ ୪ ତାରିଖରେ ଏହି ଯୋଜନାରେ ୫ ହଜାର ୮ଶହ ରୋଗୀ ପଞ୍ଜୀକରଣ କରିଥିଲେ। ସେହିପରି ଗତ ୫ ତାରିଖରେ ୫ ହଜାର ୩୮୯ ରୋଗୀ ପଞ୍ଜୀକରଣ କରିଛନ୍ତି। ଯୋଜନାକୁ ନେଇ ରୋଗୀ ଆତଙ୍କିତ ନହେବାକୁ ସ୍ଵାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି ।

Leave a Reply

Your email address will not be published. Required fields are marked *