ଭୁବନେଶ୍ବର : ଆରମ୍ଭ ହେଲା ବିଧାନସଭାର ବଜେଟ୍ ଅଧିବେଶନ। ଅଧିବେଶନ ଆରମ୍ଭରୁ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ରଘୁବର ଦାସ । ସହିଦ ଯବାନମାନଙ୍କୁ ମଧ୍ୟ ରାଜ୍ୟପାଳ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ । ରାଜ୍ୟପାଳ ତାଙ୍କ ଅଭିଭାଷଣ ପ୍ରାରମ୍ଭରେ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି । ରାଜ୍ୟପାଳ କହିଛନ୍ତି ପୁରୀ ପରିକ୍ରମା ପ୍ରକଳ୍ପ ୮ ଶହ କୋଟି ଟଙ୍କାରେ ହୋଇଛି । ଏହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି ।

 

ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ହୋଇଛି । ଫାଇଭ୍‌-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ – ୨୦୨୨-୨୩ରେ ୬.୦୩ ଲକ୍ଷ କ୍ବିଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି । ୧୧୩.୭୬ ରାସନକାର୍ଡଧାରୀଙ୍କୁ ୪ ଲକ୍ଷ କ୍ବିଣ୍ଟାଲ ମାଣ୍ଡିଆ ଦିଆଯାଇଛି । ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛି । ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ।

ପ୍ରତି ପରିବାରକୁ ୫ ଲକ୍ଷ, ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି । ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ୭୫୦ କୋଟି ଟଙ୍କା ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ ହୋଇଛି ।

ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ୮ ତାରିଖରେ ବିଧାନସଭାରେ କାମଚଳା ବଜେଟ୍ ଉପସ୍ଥାପିତ ହେବ । ୧୩ ତାରିଖ ଯାଏଁ ଚାଲିବ ଅଧିବେଶନ ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *