ରାଜ୍ୟରେ ପୁଣି ଏକ ଭୟଙ୍କର ବସ୍ ଦୁର୍ଘଟଣାର ଚିତ୍ର ସାମ୍ନାକୁ ଆସିଛି । ଏକ ଯାତ୍ରୀବାହୀ ବସ୍ ଗଛରେ ପିଟି ହେବା ଫଳରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ବେଲଗୁଣ୍ଠା ଥାନା ଜି.ନୂଆଗାଁ ଛକରେ ଏହି ଦୁର୍ଘଟଣା ଘଟିଛି । ବସ୍‌ଟି ଭଞ୍ଜନଗରରୁ ବେଲଗୁଣ୍ଠା ଆସିବା ବେଳେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କ ମଧ୍ୟରୁ ୩ ଜଣ ଗୁରୁତର ଅଛନ୍ତି । ସମସ୍ତଙ୍କୁ ଭଞ୍ଜନଗର ମେଡିକାଲ୍‌ରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *