ଯାଜପୁର: ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍ । ଯାଜପୁର ୧୬ ନଂ ଜାତୀୟ ରାଜପଥର କୁଆଖିଆ ଥାନା ବାରବାଟି ଛକ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଜଣାପଡିଛି । ଆହତଙ୍କ ମଧ୍ୟରେ ଶିଶୁ ଏବଂ ମହିଳା ରହିଛନ୍ତି। ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି । ଆହତଙ୍କୁ ଧର୍ମଶାଳା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ବସଟି ଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯିବା ବେଳେ କୁଆଖିଆ ନିକଟରେ ଏନଏଚ୍-୧୬ରେ ବାରବାଟି ଛକଠାରେ ଭାରସାମ୍ୟ ଓଭର ବ୍ରିଜ ତଳକୁ ଖସିପଡିଛି ବସ୍ । ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବସରେ ୫୦ ରୁ ୫୫ ଜଣ ଯାତ୍ରୀ ଥିବା ସୂଚନା। ବସ୍ ତଳେ କେତେକ ଯାତ୍ରୀ ଚାପି ହୋଇ ରହିଯାଇଥିବା ଜଣାପଡିଛି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଯାଜପୁର ସଡକ ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ
ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ସହ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *