ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି ଓ ୭ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ପୁଲିସ୍ ଏବଂ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରମାନଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ଖବର ମୁତାବକ, କଲିକତାରୁ ବସଟି ପର୍ଯ୍ୟଟକଙ୍କୁ ଧରି ପୁରୀ ଆସୁଥିଲା। ଏକ ଯାତ୍ରୀବାହୀ ବସ୍ ଟି ସିମେଣ୍ଟ ବୋଝେଇ ଟ୍ରକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଆହତଙ୍କୁ ପ୍ରଥମେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ସେମାନଙ୍କ ମଧ୍ୟରୁ ୭ ଗୁରୁତରଙ୍କୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ବସରେ ୬୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଥିଲେ । ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *