ଆଜି ସକାଳେ ଉନ୍ନାଓରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିହାରର ସୀତାମଡିରୁ ଦିଲ୍ଲୀ ଯାଉଥିବା ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ୱେରେ ବସ୍‌କୁ ଧକ୍କାଦେଲା ଟ୍ୟାଙ୍କର । ଏହି ଦୁର୍ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା। ଦୁର୍ଘଟଣାର ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରି ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *