ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବ୍ରିଜ୍ ଆଣ୍ଡ ରୁଫ୍ କଂପାନୀ ଲାଞ୍ଚ ମାମଲାରେ ବଢୁଛି ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ । ଦିଲ୍ଲୀରେ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇପାରନ୍ତି ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ସିବିଆଇକୁ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି । ତଦନ୍ତରେ ସହଯୋଗ କରିବା ସହ ସମସ୍ତ ତଥ୍ୟ ରଖିବେ ବୋଲି କୁହାଯାଇଛି । ବର୍ତ୍ତମାନ ସେ ଭୁବନେଶ୍ବର ପରିବର୍ତ୍ତେ ଦିଲ୍ଲୀରେ ହାଜର ହେବେ ବୋଲି ଜଣାପଡିଛି । ଏନେଇ ତାଙ୍କୁ ସିବିଆଇ ପକ୍ଷରୁ ନୋଟିସ ଜାରି କରାଯାଇଛି ।

ଗତ ୭ତାରିଖରେ ଜୟଦେବ ବିହାର ଅଂଚଳରୁ ଏକ କାରରୁ ସିବିଆଇ ଅଫିସରମାନେ ୧୦ଲକ୍ଷ ଟଙ୍କା ନଗଦ ଲାଂଚ ଟଙ୍କା ଜବତ କରିବା ସହ ୩ଜଣଙ୍କୁ ଗିରଫ କରିବା ପରେ ଏହି ଟେଣ୍ଡର ଫିକ୍ସିଂର ନୂଆ ଦିଗ ପଦାକୁ ଆସିଛି। ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ର ଜିଜିଏମଙ୍କ ସହ ଟଙ୍କା କାରବାର ମାମଲା‌ରେ ୧୦ ତାରିଖରେ ବିଷ୍ଣୁପଦଙ୍କୁ ସିବିଆଇ ସମନ ହୋଇଥିବାବେଳେ ୧୧ ତାରିଖରେ ହାଜର ପାଇଁ କୁହାଯାଇଥିଲା।

ବିଷ୍ଣୁପଦ ସେଠୀ ଏବେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

Leave a Reply

Your email address will not be published. Required fields are marked *