ଚଳିତବର୍ଷ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଜି ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ଏହାଛଡା ସବୁଠୁ ଅଧିକ ସଂଖ୍ୟକ ଭୋଟର ମତଦାନ ଦେଇଛନ୍ତି । ବିଶେଷ କରି ଜମ୍ମୁ-କାଶ୍ମୀର ଭଳି ସମ୍ବୋଦନଶୀଳ ଅଞ୍ଚଳରେ ଚଳିତ ବର୍ଷ ସର୍ବାଧିକ ଭୋଟର ମତଦାନ କରିଛନ୍ତି । ଏଥର ମତଦାନରେ ଭାରତ କରିଛି ବିଶ୍ଵ ରେକର୍ଡ।

ଭାରତରେ ୬୪୨ ନିୟୁତ ଭୋଟର ଅଛନ୍ତି। ଏହି ସଂଖ୍ୟା ବିଶ୍ୱରେ ଥିବା ୨୭ଟି ଦେଶର ଭୋଟରଙ୍କ ତୁଳନାରେ ପାଞ୍ଚ ଗୁଣ ଅଧିକ। ଚଳିତ ନିର୍ବାଚନରେ ​​୬୪ କୋଟିରୁ ଅଧିକ ଲୋକ ଭୋଟ୍ ଦେଇଛନ୍ତି। ଏହି ନିର୍ବାଚନରେ ଭାରତ ବିଶ୍ୱ ରେକର୍ଡ ସୃଷ୍ଟି କରିଛି ବୋଲି ବୋଲି ମୁଖ୍ୟ ନିର୍ବାଚନ ଆୟୋଗ ରାଜୀବ କୁମାର କହିଛନ୍ତି।

ସେ ଆଉ ମଧ୍ୟ କହିଛନ୍ତି ୨୦୧୯ ଠାରୁ ୨୦୨୪ରେ ଦେଶରେ ଅଧିକ ମହିଳାମାନେ ମତଦାନ ଦେଇଛନ୍ତି। ୩୧ କୋଟିରୁ ଅଧିକ ମହିଳା ଭୋଟରଙ୍କୁ ନେଇ ମତଦାନ ହୋଇଛି। ଲୋକସଭା ନିର୍ବାଚନରେ ୩୧କୋଟି ମହିଳାଙ୍କ ସମେତ କୋଟିରୁ ଅଧିକ ଭୋଟର ମତାଦାନ କରି ସାରା ବିଶ୍ୱରେ ରେକର୍ଡ କରିଛନ୍ତି । ଏହି ସଂଖ୍ୟା ଜି-୭ ଦେଶର ଭୋଟରଙ୍କ ତୁଳନାରେ ୧.୫ ଗୁଣ ଏବଂ ସମସ୍ତ ୟୁରୋପୀୟ ସଂଘର ୨୭ଟି ଦେଶର ଭୋଟରଙ୍କ ତୁଳନାରେ ୨.୫ ଗୁଣ ସର୍ବାଧିକ ।ଆଉ ମଧ୍ୟ ଆମେ ବୃଦ୍ଧଙ୍କ ଘରକୁ ଘର ଯାଇ ସେମାନଙ୍କ ଭୋଟ୍ ନେଇଛୁ। ୮୫ରୁ ଅଧିକ ବୟସ୍କ ଭୋଟରମାନେ ଘରୁ ଭୋଟ୍ ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ରେକର୍ଡ ମତଦାନ ହୋଇଛି। ଚଳିତ ବର୍ଷ ଗତ ୪ ଦଶନ୍ଧି ମଧ୍ୟରେ ଜମ୍ମୁ କାଶ୍ମୀରରେ ସର୍ବଧିକ ମତଦାନ ହୋଇଛି।

ସେହିପରି ଚଳିତ ଲୋକସଭା ନିର୍ବାଚନରେ ରି-ପୋଲିଂ କମିଛି। ୨୭ ରାଜ୍ୟର କୌଣସି ବି ବୁଥ୍‌ରେ ହୋଇନି ପୁନଃ ମତଦାନ। ୨୦୧୯ ନିର୍ବାଚନରେ ୫୪୦ ସ୍ଥାନରେ ରି-ପୋଲିଂ ହୋଇଥିଲା। ହେଲେ ୨୦୨୪ରେ ମାତ୍ର ୩୯ଟି ବୁଥ୍‌ରେ ସାନି ମତଦାନ ହୋଇଛି। ମଣିପୁର, ଅରୁଣାଚଳ ପ୍ରଦେଶର ସର୍ବାଧିକ ୨୫ଟି ବୁଥ୍‌ରେ ସାନି ମତଦାନ ହୋଇଛି। ବାକି ୧୪ଟି ସାନି ମତଦାନ ଅନ୍ୟ ରାଜ୍ୟର ବୁଥ୍‌ରେ ହୋଇଛି।

ଝାଡ଼ଖଣ୍ଡ, ଛତିଶଗଡ଼ ଓ ଓଡ଼ିଶା ଭଳି ନକ୍ସଲପ୍ରବଣ ଅଞ୍ଚଳରେ ମାଓ ହିଂସା ହୋଇନି ବୋଲି ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ନିର୍ବାଚନ ବେଳେ ୧୦ହଜାର କୋଟି ଟଙ୍କା ଜବତ ହୋଇଛି । ୨୦୧୯ ଅପେକ୍ଷା ୩ ଗୁଣା ଅଧିକ ଟଙ୍କା ଜବତ କରିଛି ଏନଫୋର୍ସମେଣ୍ଟ ଟିମ୍ । ୪,୩୯୧ କୋଟିର ଡ୍ରଗ କେସ୍ ଧରାଯାଇଛି ।

ଅନ୍ୟପଟେ ଆସନ୍ତାକାଲି ପ୍ରକାଶ ପାଇବ ଚଳିତ ଲୋକସଭା ନିର୍ବାଚନର ଫଳାଫଳ। ଏଥିପାଇଁ ସକାଳ ୮ଟାରୁ ଭୋଟ୍‌ ଗଣତି ହେବ।

Leave a Reply

Your email address will not be published. Required fields are marked *