ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଘଟିଥିବା ରାଜନୈତିକ ହିଂସାକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଗଭୀର ଉଦ୍‌ବେଗ ପ୍ରକାଶ ପ୍ରକାଶ କରିଛନ୍ତି।ରାଜ୍ୟରେ କୌଣସି ପ୍ରକାର ହିଂସାକୁ ବରଦାସ୍ତ କରାଯିବ ନାହିଁ ବୋଲି ସେ ସ୍ପଷ୍ଟ ଶବ୍ଦରେ ପ୍ରକାଶ କରିଛନ୍ତି। କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଭାରତ ନିର୍ବାଚନ ଆୟୋଗ ଓ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାଙ୍କ ଶୂନ୍ୟ ସହନଶୀଳତା ନୀତି ଅତ୍ୟନ୍ତ ସ୍ପଷ୍ଟ ବୋଲି ସେ ସୂଚିତ କରିବା ସହ ଗଞ୍ଜାମ ଜିଲ୍ଲାରେ ପ୍ରାକନିର୍ବାଚନୀ ହିଂସା କୁ ଆୟତ୍ତ କରିବା ପାଇଁ ତୁରନ୍ତ ବିଧ୍ ସମ୍ମତ ପଦକ୍ଷେପ ଗ୍ରହଣ କରି ଅତି ଶୀଘ୍ର ସେଠାରେ ଶାନ୍ତି ପ୍ରତିଷ୍ଠା ପାଇଁ ଗଞ୍ଜାମ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଅରକ୍ଷୀ ଅଧିକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ,ଖଲ୍ଲିକୋଟରେ ହୋଇଥିବା ରାଜନୈତିକ ହିଂସାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ଜଣ ଆହତ ହୋଇଛି।

By Nirvay

Leave a Reply

Your email address will not be published. Required fields are marked *