କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି। ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୁଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ। ଜଷ୍ଟିସ ସିଂହ ୧୯୬୩, ଜାନୁଆରି ୨୦ରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ବବିଦ୍ୟାଳୟ (କ୍ୟାମ୍ପସ ଲ୍‌ ସେଣ୍ଟର)ରୁ ଏଲ୍‌ଏଲ୍‌.ବି. ଡିଗ୍ରି ହାସଲ କରିବା ପରେ ୧୯୯୦, ଅକ୍ଟୋବର ୩୦ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ୧୯୯୮ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା ପାଇଁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲ ଭାବେ ତାଙ୍କୁ ନିଯୁକ୍ତି ମିଳିଥିଲା। ଆଇନଜୀବୀ ପେସାର ପ୍ରାରମ୍ଭିକ ପର୍ଯ୍ୟାୟରେ ସେ ପାଟନା ହାଇକୋର୍ଟର କାଉନସେଲ ଭାବେ ପ୍ୟାନେଲରେ ସ୍ଥାନ ପାଇଥିଲେ।

 

୨୦୧୨, ଏପ୍ରିଲ ୫ରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ତାଙ୍କୁ ୨୦୨୩, ଫେବ୍ରୁଆରି ୬ରେ ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ମିଳିଥିଲା।୨୦୨୩, ନଭେମ୍ବର ୨ରେ ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲା।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *