ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ତେଲୁଗୁ ଦେଶମ ପାର୍ଟି ସୁପ୍ରିମୋ ଏନ୍‌‌.ଚନ୍ଦ୍ରବାବୁ ନାଇଡୁ। ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ୍‌ ପାର୍ଟି (ଟିଡିପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କୁ ମଙ୍ଗଳବାର ଏନ୍‌ଡିଏର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନିର୍ବାଚିତ କରାଯାଇଛି। ଆଜି ପୂର୍ବାହ୍ନରେ କ୍ରିଷ୍ଣା ଜିଲାର ଗଣାଭରମ ଅନ୍ତର୍ଗତ କେଶରପଲ୍ଲୀ ଆଇଟି ପାର୍କରେ ଆୟୋଜିତ ହେବ ଶପଥ ଗ୍ରହଣ ସମାରୋହ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଉପସ୍ଥିତ ରହିବେ। ଚଳିତ ନିର୍ବାଚନରେ ବିଜେପି, ଟିଡିପି ଓ ଜନସେନା ପାର୍ଟି ମେଣ୍ଟ କରି ନିର୍ବାଚନ ଲଢି ଜଗନମୋହନ ରେଡ୍ଡୀ ସରକାରଙ୍କୁ ଗାଦିଚ୍ୟୁତ କରିଛନ୍ତି।

୧୭୫ ଆସନ ବିଶିଷ୍ଟ ଆନ୍ଧ୍ରପ୍ରଦେଶ ବିଧାନସଭାରେ ଟିଡିପିକୁ ୧୩୫, ପୱନ କଲ୍ୟାଣଙ୍କ ପାର୍ଟିକୁ ୨୧ ଓ ବିଜେପିକୁ ୮ଟି ଆସନ ମିଳିଥିଲା।

Leave a Reply

Your email address will not be published. Required fields are marked *