ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଓଡ଼ିଶା ଗସ୍ତ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟିଛନ୍ତି। ଆଜି ଏହି ସୌଜନ୍ୟମୂଳକ ସାକ୍ଷାତକାର ସମୟରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ଭବ୍ୟ ସମ୍ବର୍ଦ୍ଧନା ଜଣାଇଥିଲେ।

ଏହି ବୈଠକରେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ସୌଜନ୍ୟମୂଳକ ଆଲୋଚନା ହୋଇଥିଲା। ଉଭୟ ରାଜ୍ୟର ସ୍ୱାର୍ଥ ଓ ଦ୍ବିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ନେଇ ଏହି ସାକ୍ଷାତକାର ବେଶ୍ ଗୁରୁତ୍ୱପୂର୍ଣ୍ଣ ରହିଥିଲା। ଦୁଇ ରାଜ୍ୟ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ମହାନଦୀ ଜଳବଣ୍ଟନ ବିବାଦର ସମାଧାନ ପାଇଁ ଏହି ବୈଠକରେ ଉଚ୍ଚସ୍ତରୀୟ ଆଲୋଚନା କରାଯାଇଛି।

ଏହି ଦୁଇ ଦିନିଆ ଗସ୍ତ ସମୟରେ ସେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀ ଲିଙ୍ଗରାଜ ମନ୍ଦିର ଏବଂ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରି ପ୍ରଭୁଙ୍କ ଦର୍ଶନ କରିବାର କାର୍ଯ୍ୟସୂଚୀ ରହିଛି।

Leave a Reply

Your email address will not be published. Required fields are marked *