Chhattisgarh, Odisha CMs hold talks to resolve Mahanadi water dispute
ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।
 
ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହି ବିବାଦର ଆପୋଷ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ମାଝୀ ପରାମର୍ଶ ଦେଇଥିଲେ ।
 
ଦୁଇ ରାଜ୍ୟ ପରସ୍ପରର ପଡ଼ୋଶୀ ରାଜ୍ୟ ଏବଂ ଉଭୟ ରାଜ୍ୟ ମଧ୍ୟରେ ଭାଷା ଓ ଭାବଗତ ସାମଞ୍ଜସ୍ୟ ମଧ୍ୟ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ମାଝୀ କହିଥିଲେ ଯେ, ଉଭୟ ରାଜ୍ୟର ଜନସାଧାରଣଙ୍କ ହିତ ଦୃଷ୍ଟିରୁ ଏହାର ତୁରନ୍ତ ସମାଧାନ ହେବା ଆବଶ୍ୟକ ।
ଛତିଶଗଡ଼ ମୁଖ୍ୟମନ୍ତ୍ରୀ ସାଏ ଏହା ଉପରେ ସକାରାତ୍ମକ ମତାମତ ପ୍ରକାଶ କରି କହିଥିଲେ ଯେ, ସେ ସଦାସର୍ବଦା ଆପୋଷ ସମାଧାନ ସପକ୍ଷରେ ଅଛନ୍ତି । ଆଲୋଚନା ଜରିଆରେ ଏହି ସମସ୍ୟାର ଉପଯୁକ୍ତ ସମାଧାନ ହୋଇପାରିବ ବୋଲି ସେ ମତ ଦେଇଥିଲେ ।
 
ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବିଷୟ ଉପରେ ଗୁରୁତ୍ୱ ଦେଇ ଏହାର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ରାସ୍ତା ବାହାର କରିବାକୁ ଏକମତ ହୋଇଛନ୍ତି।
 
 

By Nirvay

Leave a Reply

Your email address will not be published. Required fields are marked *