ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବା ସହିତ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆ ଏକ୍ସ ରେ ଦୁଃଖ ଶୋକ ପ୍ରକାଶ କରି କହିଛନ୍ତି ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତିମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଘଟିଥିବା ଅଘଟଣ ପାଇଁ ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ। ଯେଉଁ ଭକ୍ତିମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

 

ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତି ତଦନ୍ତି କରା‌ଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି।

ସୂଚନା ଅନୁସାରେ, ଭୋର ୪ଟାରେ ପହଡ଼ ଖୋଲିବା ପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ ହୋଇଥିଲା । ଅଧିକ ଭକ୍ତଙ୍କ ଉପସ୍ଥିତିରୁ ଠେଲାପେଲା ପରସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଥିଲା ।

Leave a Reply

Your email address will not be published. Required fields are marked *