ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଗସ୍ତ । ଆଜି ଗାଁର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଏଥିଲାଗି ସାରା ଗାଁ ଉତ୍ସବମୁଖର।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗାଁରେ ପାଖାପାଖି ୨ଟା ୪୫ ମିନିଟରେ ପହଞ୍ଚିବେ ବୋଲି ସୂଚନା ରହିଛି। ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜନ୍ମମାଟିରେ ସ୍ବାଗତ ସମ୍ବର୍ଦ୍ଧନା ଲାଗି ବ୍ୟାପକ ଆୟୋଜନ ଚାଲିଛି। ନିଜ ଘରକୁ ଯାଇ ପରିବାର ଲୋକଙ୍କୁ ଭେଟିବେ ମୋହନ ଚରଣ ମାଝୀ। ପରିବାର ସହ ମଧ୍ୟାହ୍ନ ଭୋଜନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ପରେ ଅପରାହ୍ନ ୪ଟା ୨୫ ମିନିଟ୍‌ରେ ରାଇକଳାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌କୁ ଫେରି ସେଠାରୁ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

ରବିବାର କେନ୍ଦୁଝର ଗସ୍ତରେ ତାରିଣୀଙ୍କ ପୀଠ ଯାଇ ୫୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗାମୀ ଦିନରେ ଘଟଗାଁ ପୀଠକୁ ଜାତୀୟ ପର୍ଯ୍ୟଟନସ୍ଥଳର ମାନ୍ୟତା ପାଇଁ ରାଜ୍ୟ ସରକାର ଦାବି କରିବେ ବୋଲି ମଧ୍ୟ କହିଛନ୍ତି ।

Leave a Reply

Your email address will not be published. Required fields are marked *