ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ କରାଯିବ। ଏଥିପାଇଁ ଆଗ୍ରହୀ ଲୋକମାନେ ଉକ୍ତ ସମୟରେ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜିକରଣ କରିପାରିବେ। ଏହା ସହ ଇମେଲ ଓ ମେସେଜ୍ ମାଧ୍ୟମରେ ମଧ୍ୟ ଲୋକେ ସେମାନଙ୍କ ଅଭିଯୋଗ କରିପାରିବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି। ଜୁଲାଇ ୧ରୁ ପ୍ରଥମେ ଶୁଣାଣି ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। Post navigation ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା ପୁଣି ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ