ଭୁବନେଶ୍ବରରେ ୟୁନିଟ-୩ ମସଜିଦ କଲୋନି ନିକଟରେ ମଙ୍ଗଳବାର ଅପରାହ୍‌ଣରେ ନାଳରେ ଭାସିଯାଇ ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟଣାରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ସମୀକ୍ଷା କରିଛନ୍ତି।

ସମୀକ୍ଷା ପରେ ବ୍ୟାରିକେଡ କାହିଁକି ହୋଇନି ବୋଲି ପ୍ରଶ୍ନ କରିଥିଲେ ତାହା ଛଡା ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସେ କହିଛନ୍ତି, ୭ ଦିନ ମଧ୍ୟରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଆଉ କେତେ ମୁକୁଳା ଡ୍ରେନ ଅଛି, ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେବା ସହ ୩ ଦିନ ଭିତରେ ବାକିଥିବା ସବୁ ଡ୍ରେନ୍‌ କଭର୍‌ ହେବ ମନ୍ତ୍ରୀ ସୂଚନା ଦେଇଛନ୍ତି।

ଅନ୍ୟପଟେ ଏଣେ ଗତକାଲି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ମୃତକଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ। ଏହାଛଡ଼ା ରାଜ୍ୟ ସରକାର ମୃତକଙ୍କ ନିକଟ ସଂପର୍କୀୟଙ୍କୁ କ୍ଷତିପୂରଣ ବାବଦରେ ୪ ଲକ୍ଷ ଟଙ୍କା ଦିଆଯିବା ନେଇ ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *