ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ।ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ www.orissaresults.nic.in ସହ ସେମାନଙ୍କ ବିଦ୍ୟାଳୟ ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ପାଇପାରିବେ।

ଚଳିତବର୍ଷ ଯୁକ୍ତ ୨ ପରୀକ୍ଷା ୧୬ ଫେବ୍ରୁଆରୀରୁ ଆରମ୍ଭ ହୋଇ ୨୦ ମାର୍ଚ୍ଚ ଯାଏଁ ଚାଲିଥିଲା। ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଏବଂ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅଛନ୍ତି। କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକରେ ୫ହଜାର ୭୯୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ମୋଟ ଛାତ୍ରଙ୍କ ମଧ୍ୟରୁ ୧ ଲକ୍ଷ ୯୯ ହଜାର ୩୬୧ଜଣ ଛାତ୍ରୀ ଥିବାବେଳେ ଛାତ୍ରଙ୍କ ସଂଖ୍ୟା ୧ ଲକ୍ଷ ୮୬ ହଜାର ୮୮୯ ରହିଛି।

Leave a Reply

Your email address will not be published. Required fields are marked *