ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କିରାଣୀ । କିରାଣୀ ଜଣକ ରୂପଚାନ୍ଦ ନାଏକ । ପେନସନ୍ କରାଇ ଦେବା ପାଇଁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ରୂପଚାନ୍ଦ ନାଏକ । କିରାଣୀଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯିବା ସହିତ ତାଙ୍କ କାର୍ଯ୍ୟାଳୟ ଓ ବାସଭବରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଉଛି ।

ସୂଚନା ଯୋଗ୍ୟ, ଗତ ୩୧ ଜୁଲାଇ ୨୦୨୫ରେ ଅବସର ନେଇଥିବା ଜଣେ ପିଅନଙ୍କ ପେନସନ୍ କରାଇ ଦେବା ପାଇଁ ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ପିଅନ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ପିଅନ ଜଣକ କିରାଣୀଙ୍କୁ ଲାଞ୍ଚ ଦେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ ।

Leave a Reply

Your email address will not be published. Required fields are marked *