ରାଜ୍ୟର ୫ଟି ଜିଲ୍ଲାରେ ଆଜି ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଗତକାଲି ବଜ୍ରପାତରେ ୯ ଜଣଙ୍କ ମୃତ୍ୟୁ ଯୋଗୁଁ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ ସହାୟତା ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *