କଟକ ଗତିରାଉତପାଟଣା ନିକଟରେ ପିସିଆର୍‌ ଭ୍ୟାନ୍‌କୁ ଧକ୍କା ଦେଲା ହାଇଓ୍ୱା। ଯେଉଁଥିରେ ଦୁଇ ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏଥିରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି ।

ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରି ଲେଖିଛନ୍ତି କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ କର୍ତ୍ତବ୍ୟରତ ୨ଜଣ ପୋଲିସ କର୍ମଚାରୀ ଜଣେ ଓଏପିଏଫ୍‌ କନଷ୍ଟେବଲ ଏବଂ ଜଣେ ହୋମ୍‌ଗାର୍ଡ ପ୍ରାଣ ହରାଇଥିବା ଜାଣି ମୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

Leave a Reply

Your email address will not be published. Required fields are marked *