ରାଜ୍ୟ ସରକାର ପଦ୍ମ ପୁରସ୍କାର ବିଜେତାଙ୍କ ପାଇଁ ବଡ ଘୋଷଣା କରିଛନ୍ତି । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ମିଳିଥାଏ ପଦ୍ମ ପୁରସ୍କାର । ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ। ଅନ୍ୟପଟେ ପୂର୍ବରୁ ସମାଜକୁ ପଦ୍ମ ପୁରସ୍କାର ବିଜେତାଙ୍କ ବଳିଷ୍ଠ ଅବଦାନର ସ୍ୱୀକୃତି ସ୍ୱରୂପ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ଏବେ ଏହାକୁ ୩୦ ହଜାର ଟଙ୍କା କରାଯାଇଛି । Post navigation ପୁରୀ ମନ୍ଦିର ରେ ପୋଲିସ ଅଧିକାରୀ ଙ୍କୁ ବଙ୍ଗୀୟ ପର୍ଯ୍ୟଟକ ଙ୍କ ଆକ୍ରମଣ ହୋମଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର