ନୂଆଁଖାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଁ ଖାଇଲେ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରି ଚାଷୀଙ୍କ ଉନ୍ନତି କାମନା କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହି ଅବସରରେ ସେ ସ୍ତ୍ରୀଙ୍କ ସହିତ ନବାନ୍ନ ଖାଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଓ ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟାନ୍ୟ ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ସମସ୍ତେ ଗୋଟିଏ ସ୍ଥାନରେ ବସି ନୂଆଁ ଖାଇଥିଲେ।

Leave a Reply

Your email address will not be published. Required fields are marked *