ଆଜି ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି । ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ । ଆଜିର ଏହି ଦିନରେ ଓଡିଆ ମାନେ ନିଜ ନିଜ ଘରେ ରହି ପଣା ସଂକ୍ରାନ୍ତି କରିବା ସହିତ ଚଉରା ତୂଳସୀ ଉପରେ ପାଣି ଘଡି ବସାଇଛନ୍ତି । ତେବେ ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ମୂଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଟୁଇଟ ମାଧ୍ୟମରେ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ। ଏହା ସହ ଭାରତ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ା ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ଭୁବନେଶ୍ୱର ଏଜି ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । Post navigation ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି; ଓଡ଼ିଆ ନବବର୍ଷ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ