ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ।ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି। ବାହୁଡ଼ାଯାତ୍ରାକୁ ସୁରକ୍ଷିତ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏ ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବାହୁଡ଼ାଯାତ୍ରା ସହ ସୁନାବେଶ, ଅଧରପଣା ଓ ନୀଳାଦ୍ରି ବିଜେ ଭଳି ପରବର୍ତ୍ତୀ ସମସ୍ତ ନୀତିକାନ୍ତିକୁ ନିର୍ବିଘ୍ନରେ ସମ୍ପନ୍ନ କରିବା ପାଇଁ ବ୍ୟାପକ ରଣନୀତି ଉପରେ ଆଲୋଚନା ହୋଇଛି।

ବୈଠକରେ ଉପମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ପୋଲିସ୍ ଡିଜି ଉପସ୍ଥିତ ରହିଛନ୍ତି। ଏଥିସହିତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିଛନ୍ତି।

 

Leave a Reply

Your email address will not be published. Required fields are marked *