ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ସୁରୁଖୁରୁରେ ଆୟୋଜନ କରିବା ପାଇଁ ରାଜ୍ୟ ସରକାର ଜୋରସୋରରେ ପ୍ରସ୍ତୁତି ଚଳାଇଛନ୍ତି। ଏଥିପାଇଁ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ପୂର୍ବରୁ ଜାରି କରାଯାଇଥିବା ୧୦ ଦଫା ନିର୍ଦ୍ଦେଶାବଳୀ କେତେଦୂର କାର୍ଯ୍ୟକାରୀ ହୋଇଛି, ତାହାର ସମୀକ୍ଷା କରାଯାଇଥିଲା। ପ୍ରତ୍ୟେକ ବିଭାଗର ପ୍ରସ୍ତୁତି, ସମନ୍ୱୟ ଏବଂ ବାକି ଥିବା କାମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବିସ୍ତୃତ ତଥ୍ୟ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମୀକ୍ଷା ବୈଠକରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ସଚିବ ଓ ଗୁଇନ୍ଦା ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। Post navigation Panchayat Elections: ଏପ୍ରିଲ, ମେ ରେ ହେଇପାରେ ପଞ୍ଚାୟତ ନିର୍ବାଚନ: ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ