ରାଜ୍ୟରେ ପୁଣି ବନ୍ୟା ସ୍ଥିତି ଦେଖିବାକୁ ମିଳିଛି । ଲଗାଣ ବର୍ଷାରେ ନଦୀରେ ଜଳ ସ୍ତର ବୃଦ୍ଧି ପାଇବାକୁ ଲାଗିଛି । ଏହାରି ମଧ୍ୟରେ ଆଜି ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଭୟ ଜିଲ୍ଲା ଗସ୍ତ କରି ବନ୍ୟା ସ୍ଥିତିର ସରଜମିନ ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ ସୂଚନା ଦେଇଛନ୍ତି ଯେ ରାଜ୍ୟର କିଛି ଅଞ୍ଚଳରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଉପରେ ସରକାର ତୀକ୍ଷ୍ଣ ନଜର ରଖିଛନ୍ତି। ସ୍ଥାନୀୟ ପ୍ରଶାସନ ସମ୍ପୂର୍ଣ୍ଣ ତତ୍ପରତା ସହ କ୍ଷେତ୍ରସ୍ତରରେ ଉପସ୍ଥିତ ରହି ସ୍ଥିତିର ଅନୁଧ୍ୟାନ କରିବା ସହ ଆବଶ୍ୟକ ଉଦ୍ଧାର ଓ ସହାୟତା କାର୍ଯ୍ୟ ଜାରି ରଖିଛି। ଉଦ୍ଧାର ଓ ସହାୟତା କାର୍ଯ୍ୟର ସୁଚାରୁ ପରିଚାଳନା ପାଇଁ ୩ ଜଣ ବରିଷ୍ଠ ତଥା ଅଭିଜ୍ଞ ଅଧିକାରୀଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି। ସ୍ୱତନ୍ତ୍ର ରିଲିଫ୍ କମିଶନର ସମସ୍ତ ଜିଲ୍ଲା ପ୍ରଶାସନ ସହ ନିରନ୍ତର ସମନ୍ୱୟ ରକ୍ଷା କରି କାର୍ଯ୍ୟର ତଦାରଖ କରୁଛନ୍ତି। ପ୍ରଭାବିତ ଲୋକଙ୍କ ନିକଟରେ ଶୀଘ୍ର ସହାୟତା ପହଞ୍ଚାଇବା ଏବଂ ସେମାନଙ୍କ ସୁରକ୍ଷା ନିଶ୍ଚିତ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା। ଆସନ୍ତାକାଲି ମୁଁ ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତିର ପ୍ରତ୍ୟକ୍ଷ ଅନୁଧ୍ୟାନ କରିବି। ଆପଣମାନେ ପ୍ରଶାସନର ନିର୍ଦ୍ଦେଶାବଳୀକୁ ପାଳନ କରି ସୁରକ୍ଷିତ ରୁହନ୍ତୁ, ସରକାର ସଦାସର୍ବଦା ଆପଣଙ୍କ ସହ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ବନ୍ୟା ପୀଡ଼ିତଙ୍କୁ ଆଶ୍ୱସନା ଦେଇଛନ୍ତି । Post navigation Multiple Errors in UGC-NET Exam, Re-Test Announced for 3 Subjects West Bengal Hotel Fire: ପଶ୍ଚିମବଙ୍ଗର ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୭ ମୃତ