ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ଓଡ଼ିଶାର ସାମ୍ପ୍ରତିକ ବାତ୍ୟା ପରବର୍ତ୍ତୀ ସ୍ଥିତି, ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ଉଭୟଙ୍କ ମଧ୍ୟରେ ବିସ୍ତୃତ ଆଲୋଚନା ହୋଇଛି ।

ଏଥିସହ ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟର ସ୍ଥାୟୀ ମୁକାବିଲା ପାଇଁ ରାଜ୍ୟରେ ଆବଶ୍ୟକ ଭିତ୍ତିଭୂମିର ସୁଦୃଢ଼ୀକରଣ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ତ୍ୱରିତ ସହାୟତା ଓ ନିରନ୍ତର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ କୃତଜ୍ଞତା ଜଣାଇଥିଲେ ।

By Nirvay

Leave a Reply

Your email address will not be published. Required fields are marked *