ଅସୁସ୍ଥତା ଯୋଗୁଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ କାମନା କରିଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରିବା ସହ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ। ଏହି ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁଅ ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *