cm-mohan-majhi-announces-2-da-hike-for-odisha-govt-employees
ଓଡ଼ିଶାର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଘୋଷଣା କରିଛନ୍ତି ।
 
ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩% ରୁ ୫୫% କୁ ବୃଦ୍ଧି ପାଇଲା । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।
 
ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ୨% ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢ଼େ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ ।
 
 
 
 
 

By Nirvay

Leave a Reply

Your email address will not be published. Required fields are marked *