ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଛି ।ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ନିଖୋଜ ରହିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏହି ବସ୍ ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକିମ ସରକାରଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶାର ଦୁର୍ଘଟଣାଗସ୍ତ ଯାତ୍ରୀ ମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଓଡ଼ିଶାରୁ ଅଧିକାରୀ ମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *