ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ଅତିଥି ଭବନର ପ୍ରଥମ ମହଲା ଏବେ ସିଏମ୍‌ଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପରେ ଆଜି ରାଜ୍ୟ ଅତିଥି ଭବନରେ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଡାକରା ପାଇ ରାଜ୍ୟ ଅତିଥି ଭବନରେ ପହଞ୍ଚିଛନ୍ତି ନଗର ଉନ୍ନୟନ ବିଭାଗ ସଚିବ ଜି ମାଥିଭାଥନନ । ଓ ତାଙ୍କ ପରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ।

ଅନ୍ୟ ବିଭାଗର ସଚିବଙ୍କୁ ମଧ୍ୟ ବହୁତ୍ ଜଲଦି ଡାକି ପାରନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ଦଳର ନେତା ମାନେ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଥିବାର ଦେଖା ଯାଇଛି ।

Leave a Reply

Your email address will not be published. Required fields are marked *