ଆଜି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଅକ୍ଟୋବର ୧୬ ତାରିଖରେ ୮୦ ବର୍ଷ ବୟସ ପୂରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ‘ଏକ୍ସ’ ମାଧ୍ୟମରେ ନବୀନ ପଟ୍ଟନାୟକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଦୀର୍ଘାୟୁ, ଉତ୍ତମ ସ୍ୱାସ୍ଥ୍ୟ ଏବଂ ସୁଖମୟ ଜୀବନ କାମନା କରି ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ସେବା କରିବା ପରେ, ୨୦୨୪ ବିଧାନସଭା ନିର୍ବାଚନ ପରଠାରୁ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କ ଜନ୍ମଦିନ ଅବସରରେ ଦେଶ ଓ ରାଜ୍ୟର ବିଭିନ୍ନ ରାଜନୈତିକ ନେତୃବୃନ୍ଦ, ବିଶିଷ୍ଟ ବ୍ୟକ୍ତିବିଶେଷ ଏବଂ ଶୁଭେଚ୍ଛୁମାନେ ତାଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *