ଆଜି ହେଉଛି ପବିତ୍ର ଉତ୍କଳ ଦିବସ । ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ୧୯୩୬ ମସିହା ଅପ୍ରେଲ୍‌ ୧ରେ ଓଡିଶା ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ନବଗଠିତ ହୋଇଥିଲା । ଏହି ସ୍ମୃତିରେ ପ୍ରତି ବର୍ଷ ଆଜିର ଦିନକୁ ଉତ୍କଳ ଦିବସ ବା ଓଡିଶା ଦିବସ ଭାବେ ପାଳନ କରାଯାଏ । ଏହି ଉପଲକ୍ଷେ ଆଜି ସାରା ଓଡିଶାରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

ଆଜି ଏହି ଅବସରରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ  କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜଭବନ ସମ୍ମୁଖରେ ଥିବା ପ୍ରତିମୂର୍ତ୍ତିରେ ସେ ମଧୁବାବୁଙ୍କ ଅବଦାନକୁ ସ୍ମରଣ କରିଛନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ସହିତ ଥିଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ସଂସ୍କୃତିମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ବାବୁ ସିଂ ପ୍ରମୁଖ ଯୋଗଦେଇଥିଲେ।

Leave a Reply

Your email address will not be published. Required fields are marked *