ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ଦିବସ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେଭି ସିଂହଦେଓ ଶ୍ରଦ୍ଧାଞ୍ଜଳି ଜଣାଇଥିବା ବେଳେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ ଉପସ୍ଥିତ ରହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶାର ନିର୍ମାତା ବିଜୁ ବାବୁ। ସେ ଓଡ଼ିଶାର ପୁର୍ନଗଠନ କରିଥିଲେ, ଓଡ଼ିଶାର ଶିଳ୍ପନୀତିକୁ ବିଜୁ ବାବୁ ବହୁତ ଆଗକୁ ନେଇଥିଲେ। ଜଣେ ବରପୁତ୍ର ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହିସାବରେ ତାଙ୍କ ଅବଦାନ ଅତୁଳନୀୟ। Post navigation କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର ଆଜି ବିଜୁ ପଟ୍ଟନାୟଙ୍କ ୨୮ତମ ଶ୍ରାଦ୍ଧ ଦିବସ; ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ